ଅଗ୍ନିବୀର୍‌ ମାନଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

                ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଓ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ

ଭୁବନେଶ୍ୱର, ୨୬/୭/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-  ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକ ମାନେ ଆମର ଗର୍ବ ଓ ଗୌରବ।  ଆମର ଅଗ୍ନିବୀର୍ ମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି।

ମୋହନ ମାଝୀ

        ଅଗ୍ନିବୀର୍‌ ଯୋଜନା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନା ଦେଶର ଯୁବସମାଜକୁ ଦକ୍ଷ, ସାହାସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି। ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି।

        ସେଥିପାଇଁ ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଓଡିଶାର ଯେଉଁ ଅଗ୍ନିବୀର୍‌ ମାନେ ସେନାବାହିନୀରେ ଭର୍ତ୍ତି ହୋଇ ନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ।  ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ।

Leave a Reply

Your email address will not be published. Required fields are marked *