ଭୁବନେଶ୍ୱର, ୩୧/୭/୨୦୨୪ (ଓଡ଼ିଶା ସମାଚାର)- ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍ ରେ ନିର୍ବାଚିତ ହୋଇଥିଲେ। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେଇଛନ୍ତି। ମମତା ରାଜ୍ୟ ସଭାରୁ ଇସ୍ତଫା ଦେବା ସହିତ ବିଜୁ ଜନତା ଦଳରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ନିଜର ଇସ୍ତଫା ପତ୍ର ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି।
ଏନେଇ ସେ ଏକ୍ସ ଯୋଗେ ସୂଚନା ଦେଇ ସେ କହିଛନ୍ତି –
ମୁଁ ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି । ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି । ମୋତେ ଜିଲ୍ଲା ପରିଷଦର ସଦସ୍ୟ ଓ ରାଜ୍ୟସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲ୍ଲା ମୟୂରଭଞ୍ଜ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ । ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ । ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେଲି ।
https://x.com/MamataMohanta5/status/1818622111252119889