ମୁଖ୍ୟମନ୍ତ୍ରୀ  ଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ

ଭୁବନେଶ୍ୱର, ୨/୮/୨୦୨୪ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରି ରାତିରେ ରୋଗୀମାନଙ୍କର କିପରି ଯତ୍ନ ନିଆ ଯାଉଛି ସେ ସମ୍ପର୍କରେ ପଚାରି ବୁଝିଥିଲେ। ରୋଗୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ରହିବା, ଖାଇବା ଓ ସମ୍ପର୍କୀୟଙ୍କ ପାଇଁ ଥିବା ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ। ଏହା ସହିତ ହସ୍ପିଟାଲର ପରିମଳ ବ୍ୟବସ୍ଥା ସଂପର୍କରେ ମଧ୍ୟ ବୁଝିଥିଲେ। କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯାଇ ରୋଗୀ ମାନଙ୍କ ପାଇଁ ଅଧିକ ସୁବିଧାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ହସ୍ପିଟାଲର ଅସ୍ଥାୟୀ କର୍ମଚାରୀ ମାନଙ୍କ ସହିତ ମଧ୍ୟ ଆଲୋଚନା କରି ସେମାନଙ୍କ ପ୍ରାପ୍ୟ ମଜୁରୀ ସମ୍ପର୍କରେ ବୁଝିଥିଲେ। ରୋଗୀ ସେବା ପରି ଏକ ମହାନ୍ କାର୍ଯ୍ୟରେ ନିଷ୍ଠାର ସହିତ ଦାୟିତ୍ଵ ତୁଲାଉ ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କର ଉଚ୍ଚ ପ୍ରଶଂସା କରିଥିଲେ।

Leave a Reply

Your email address will not be published. Required fields are marked *