କେନ୍ଦ୍ରାପଡ଼ା,୮/୮/୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଆଲୋକ କୁମାର ମହାନ୍ତିଙ୍କର ସୂଚନା ଓ ଲୋକସମ୍ପର୍କ ବିଭାଗ ମୁଖ୍ୟାଳୟ ଭୁବନେଶ୍ୱରକୁ ବଦଳି ହୋଇଯାଇଛି । ଏସମ୍ପର୍କରେ ଗତ ଜୁଲାଇମାସ ୨୪ତାରିଖରେ ବିଭାଗୀୟ ନିର୍ଦେଶନାମା ପ୍ରକାଶ ପାଇଥିଲା । ଶ୍ରୀ ମହାନ୍ତିଙ୍କୁ ଜିଲାପାଳ ଆଜି ଭାରମୁକ୍ତ କରିଦେଇଛନ୍ତି । ଶ୍ରୀ ମହାନ୍ତି ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ କୁମାର ବଳିଆରସିଂହ ଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ।