ଜିଲା ପ୍ରଶାସନ ପକ୍ଷରୁ କୋରାଇ ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ।

ଯାଜପୁର,୧୨/୮/୨୦୨୪ (ଓଡ଼ିଶା ସମାଚାର)-ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଂଚି ସେମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଉଥିବା ଜିଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ଭାବେ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ କୋରାଇ ବ୍ଳକ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲ ଏବଂ ଅତିରିକ୍ତ ଜିଲାପାଳ, ପ୍ରଶାସନ ଶ୍ରୀ ନବକ୍ରିଷ୍ଣ ଜେନା ପ୍ରକାଶ କରିଥିଲେ । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲାପାଳ, କଳିଙ୍ଗନଗର ଶ୍ରୀ ଲେଙ୍କଶ୍ୱର ଅମାତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଯାଜପୁର ଶ୍ରୀ ଅଶୋକ କୁମାର ବେହୁରିଆ, ଉପ-ଜିଲାପାଳ, ଯାଜପୁର ଶ୍ରୀ ଅଂଶୁମାନ ଶତପଥୀ, ସହକାରୀ ଜିଲାପାଳ, ସାଧାରଣ ଓ ବିବିଧ, ନିବେଦିତା ପ୍ରଧାନ, ବି.ଡି.ଓ., କୋରାଇ ଶ୍ରୀ ଅଶୋକ କୁମାର ମାଝି, ତହସିଲଦାର ଶ୍ରୀ ଦେବାଶିଷ ରାଊତ, ପ୍ରକଳ୍ପ ନିର୍ଦ୍ଧେଶକ, ଜଳଛାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ, ଜାରକା ଖଣ୍ଡ ଇଂ କାମଦେବ ଦାସ, ମୁଖ୍ୟ ଜିଲା କୃଷି ଅଧିକାରୀ ଶ୍ରୀ ଅରୁଣ କୁମାର ବେହେରା, ଜିଲା ଶିକ୍ଷା ଅଧିକାରୀ. ଶ୍ରୀମତୀ ନିବେଦିତା ପାଣି, ଜିଲ୍ା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲା ସମାଜ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର କୁମାର ବେହେରା, ବେସାମରିକ ଯୋଗାଣ ଅଧିକାରୀ ସଲ୍ଳାଉଦ୍ଧିନ ଖାଁ ଓ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୯୨ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୬୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୨ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୮ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୦୭ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୧୫ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପ୍ରକାଶ ଥାଉ କି, ଅଗଷ୍ଟ ମାସ ୨୦ ତାରିଖ ମଙ୍ଗଳବାର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ, ୨୭ ତାରିଖ ମଙ୍ଗଳବାର ବଡଚଣା ବ୍ଳ୍କ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ ।

Leave a Reply

Your email address will not be published. Required fields are marked *