ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର, ୦୫/୧୨/୨୦୨୩ (ଓଡ଼ିଶା ସମାଚାର)- ଆଜି ରାଜ୍ୟ କ୍ୟାବିନେଟ୍‍ ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ ର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟ ର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି।

ଆଜିର ଏହି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର ପ୍ରସ୍ତାବକୁ ମଂଜୁରୀ ମିଳିଛି। ସେହିପରି ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ର ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମଂଜୁରୀ ମିଳିଛି। ଭୁବନେଶ୍ବର, ଜଟଣୀ ତହସିଲରେ ଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରିବା ନେଇ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିଲା। ପୂର୍ବ ବ୍ୟବସ୍ଥା ଅନୁଯାୟୀ ଏସବୁ ଭୂମିହୀନ ପୁରୀ ପୌରସଂସ୍ଥା ଅଧୀନରେ ଲିଜ୍ ସୂତ୍ରରେ ଜମି ପାଇଥିଲେ । ସେହିପରି ଚୌଦ୍ୱାର ଓ ସମ୍ବଲପୁରରେ ୱେଲ୍ସସ୍ପୁନ ପ୍ରକଳ୍ପ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଦିଆଯିବ। କଟକ ମାଧ୍ୟମିକ ବୋର୍ଡ ହାଇସ୍କୁଲ ସରକାରୀ ସ୍କୁଲର ମାନ୍ୟତା ପାଇବ । ଓଡ଼ିଶା ସାମାଜିକ ସୁରକ୍ଷା ସେବା କ୍ୟାଡରର ସଂଶୋଧନ ହେବ । ଏଥିସହ ଏମ୍‌ଏସ୍‌ଏମ୍‌ଇ ନୀତି -୨୦୨୨ ଓ ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ରେ ସଂଶୋଧନ ହେବ । ଓଡ଼ିଶା ଜିଲ୍ଲା ଦେଓ୍ବାନି ଅଦାଲତ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ଅଧିନିୟମ-୨୦୦୮ରେ ସଂଶୋଧନ ହେବ। ସେହିପରି ମୋଟର ଯାନ ବକେୟା ଟିକସ ଓ ଜରିମାନାର ଏକକାଳୀନ ପରିଷୋଧ କରାଯିବା ନେଇ ପରିବହନ ବିଭାଗ ଏକ ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ମିଳିଛି । ସ୍କ୍ରାପ୍‌ କରିବାକୁ ଇଚ୍ଛୁକ ଗାଡ଼ି ମାଲିକଙ୍କ ଜରିମାନା ଓ ଟିକସ ଛାଡ଼ ହେବ । ଟିକସ ଦେଇ ଗାଡ଼ି ଚଳାଇବାକୁ ଇଚ୍ଛା କଲେ, ଜରିମାନା ସଂପୂର୍ଣ୍ଣ ଛାଡ଼ କରାଯିବ।  ଜରିମାନା ଛାଡ଼ ସହ ଗାଡ଼ିର ବୟସ ଅନୁଯାୟୀ ଟିକସ କୋହଳ ହେବ ବୋଲି ନିଷ୍ପତ୍ତି ହୋଇଛି। ଏହିପରି ମୋଟ୍ ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଂଜୁରୀ ମିଳିଛି ।

Leave a Reply

Your email address will not be published. Required fields are marked *