ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ପ୍ରଭାବ

                    ରାଜ୍ୟର ଚାଉଳ ବାବଦ ବକେୟା ଅଢେଇ ହଜାର କୋଟି ପ୍ରଦାନ କରିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୧୬//୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନିକଟରେ ଚାରି ଦିନିଆ ଦିଲ୍ଲୀ ଗସ୍ତର ଶେଷ ଦିନରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଯୋଗାଣ ଓ ସାଧାରଣ ବଣ୍ଟନ, ନୂଆ ଓ ଅକ୍ଷୟ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରହଲାଦ ଯୋଶୀଙ୍କୁ ସାକ୍ଷାତ କରିଥିଲେ । ଶ୍ରୀ ପାତ୍ର କେନ୍ଦ୍ର ମନ୍ତ୍ରୀଙ୍କୁ ସାକ୍ଷାତ କରିବା ଅବସରରେ ସାଧାରଣ ବଣ୍ଟନ ନିମନ୍ତେ ଚାଉଳ ବାବଦକୁ  ଥିବା ରାଜ୍ୟର ବକେୟା ଅର୍ଥକୁ ପ୍ରଦାନ କରିବାକୁ ଦାବି କରିଥିଲେ । ଶ୍ରୀ ଯୋଶୀ ଏହାକୁ ବିଚାରକୁ ନେଇ ଅଢେଇ ହଜାର କୋଟି ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ଏଥିସହ ଚାଉଳର ୨୦ ପ୍ରତିଶତ ଗହମ ପ୍ରଦାନ ଓ ଚାଉଳ ସଂରକ୍ଷଣ ପାଇଁ ଗୋଦାମ ଗୃହ ପ୍ରତିଷ୍ଠାରେ ରାଜ୍ୟକୁ ସହଯୋଗ କରିବାକୁ ଶ୍ରୀ ପାତ୍ର କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ । ଏଥିସହ ମନ୍ତ୍ରୀ ଶ୍ରୀ ପାତ୍ର କେନ୍ଦ୍ର ମନ୍ତ୍ରୀଙ୍କ ସହ  ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି । କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଯୋଶୀ ଏ ସମ୍ବନ୍ଧରେ ସମସ୍ତ ସହଯୋଗ ପ୍ରଦାନ କରାଯିବା ନେଇ  ପ୍ରତିଶୃତି ଦେଇଥିଲେ ।

 ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଏହି ଚାରି ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ସେ ବିଭିନ୍ନ କେନ୍ଦ୍ର ମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ଓଡ଼ିଶାର ବିଭିନ୍ନ ଦାବି ସମ୍ପର୍କରେ ଉପସ୍ଥାପନ କରିଥିଲେ ।

Leave a Reply

Your email address will not be published. Required fields are marked *