କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମ ପତ୍ନୀଙ୍କ ପରଲୋକରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୮/୮/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକରେ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା ଗଭୀର ଶୋକ ପ୍ରକଟ କରିଛନ୍ତି ।

ଶ୍ରୀ ଜେନା ତାଙ୍କ ଶୋକ ବାର୍ତାରେ ଶ୍ରୀମତୀ ଓରାମଙ୍କୁ ପରୋପକାରୀ ଓ ମିଷ୍ଟଭାଷୀ  ତଥା ପ୍ରେରଣାଦାୟିନୀ ମହିଳା ବୋଲି ଦର୍ଶାଇ ଅମର ଆତ୍ମାର ସଦଗତି ନିମନ୍ତେ ଈଶ୍ଵରଙ୍କୁ ପ୍ରାର୍ଥନା ପୂର୍ବକ ଶୋକସନ୍ତପ୍ତ ପରିବାରବର୍ଗଙ୍କ ଉଦ୍ଦେଶ୍ୟରେ ସମବେଦନା ଜ୍ଞାପନ କରିଛନ୍ତି ।

Leave a Reply

Your email address will not be published. Required fields are marked *