କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଶୋକ

ଭୁବନେଶ୍ୱର, ୧୮/୮/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ବିୟୋଗରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ମନ୍ତ୍ରୀ ଶ୍ରୀ ପାତ୍ର ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଯେ ଝିଙ୍ଗିଆ ଓରାମ ଜଣେ ମିଷ୍ଟଭାଷୀ ଓ ଧର୍ମପରାୟଣ ମହିଳା ଭାବେ ପରିଚିତ ଥିଲେ । ଏହି ଦୁଃଖଦ ପରିସ୍ଥିତିରେ ଈଶ୍ବର ତାଙ୍କ ପରିବାରକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି ।

ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଶ୍ରୀ ପାତ୍ର ଗଭୀର ସମବେଦନା ଜ୍ଞାପନ କରିଛନ୍ତି ।

Leave a Reply

Your email address will not be published. Required fields are marked *