ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର, ୨୧/୮/୨୦୨୪ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଆଜି ରାଜ୍ୟ ସରକାର ବରିଷ୍ଠ ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି । ସରକାର ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ଅଦଳ ବଦଳ କରିଛନ୍ତି। ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । ଓଏମସି ଚେୟାରମ୍ୟାନ ତଥା ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ଦେଓ ରଞ୍ଜନ ସିଂହଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସହ ଏସଆରସି(ସ୍ୱତନ୍ତ୍ର ରିଲିଫ କମିଶନର) ଦାୟିତ୍ୱ ଦିଆଯାଇଛି । ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ପର୍ଯ୍ୟଟନ ବିଭାଗ ସହ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । ସେହିପରି ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ହେମନ୍ତ ଶର୍ମାଙ୍କୁ ଶକ୍ତି ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । ସାମାଜିକ ନ୍ୟାୟ ଓ ସଶକ୍ତିକରଣ ବିଭାଗର ମୁଖ୍ୟ ସଚିବ ଥିବା ବିଷ୍ଣୁପଦ ସେଠିଙ୍କୁ ଓଡ଼ିଆ ଭାଷା, ସଂସ୍କୃତି ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି  । କୌଶଳ ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଉଷା ପାଢ଼ୀଙ୍କୁ ନଗରଉନ୍ନୟନ ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । ସେ ବାଣିଜ୍ୟ ଓ ପରିବହନ ବିଭାଗର ମୁଖ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଥିବା ବିଶାଳ ଗଗନଙ୍କୁ ନୂଆଦିଲ୍ଲୀରେ ଆବାସିକ କମିଶନର ଭାବେ ବଦଳି କରାଯାଇଛି । ସେହିପରି ରାଜ୍ୟପାଳଙ୍କ ମୁଖ୍ୟ ସଚିବ ଥିବା ଏନବିଏସ ରାଜପୁତଙ୍କୁ କୌଶଳ ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମୁଖ୍ୟ ସଚିବ ଥିବା ଶାଳିନୀ ପଣ୍ଡିତଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର, ମିଶନ ଶକ୍ତି ବିଭାଗ ଦାୟିତ୍ୱ ମିଳିଛି  । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଥିବା ଅସ୍ବଥି ଏସଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ଭାବେ ବଦଳି କରାଯାଇଛି । ସେହିପରି ଅନୁସୂଚିତ ଜାତି-ଜନଜାତି ବିଭାଗର କମିଶନର ଥିବା ରୁପା ରୋଶନ ସାହୁଙ୍କୁ ଦକ୍ଷିଣାଂଚଳ ଆରଡିସି ଭାବେ ବଦଳି କରାଯାଇଛି । ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କୁ ଆରଡିସି, ସମ୍ବଲପୁର ଭାବେ ବଦଳି କରାଯାଇଛି । ଓଏମସି ନିର୍ଦ୍ଦେଶକ ବଳବନ୍ତ ସିଂହଙ୍କୁ ପର୍ଯ୍ୟଟନ ବିଭାଗର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଆଦର୍ଶ ବିଦ୍ୟାଳୟ ସଂଗଠନ ପ୍ରକଳ୍ପ ନିର୍ଦ୍ଦେଶିକା ଯାମିନୀ ଷଡ଼ଙ୍ଗୀଙ୍କୁ କମର୍ସିଆଲ ଟ୍ୟାକ୍ସ ଓ GSTର କମିଶନର ଅତିରିକ୍ତ ଦାୟିତ୍ବ ମିଳିଛି। ବି ପରମେଶ୍ୱରନଙ୍କୁ ଆରଡିସି, କଟକ ଭାବେ ବଦଳି କରାଯାଇଛି । ସେହିପରି ଏନ ତିରୁମାଲା ନାୟକଙ୍କୁ ବିଡିଏର ଭାଇସ ଚେୟାରମ୍ୟାନ ଭାବେ ବଦଳି କରାଯାଇଛି । ସମର୍ଥ ବର୍ମାଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି । ଅନନ୍ୟା ଦାସଙ୍କୁ ଓସେପାର ନିର୍ଦ୍ଦେଶିକା ଭାବେ ବଦଳି କରାଯାଇଛି ।

Leave a Reply

Your email address will not be published. Required fields are marked *