ନାଳରେ ଭାସିଯାଇ ନାବାଳକ ମୃତ: ଶୋକ ପ୍ରକାଶ ସହ ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨/୮/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଗଂଜାମ ଜିଲ୍ଲା ବ୍ରହ୍ମପୁର ସହରରେ ନାଳରେ ଭାସିଯାଇ ସାଇରାମ ପାତ୍ର (୧୦) ନାମକ ନାବାଳକ ର ମୃତ୍ୟୁ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିବା ସହ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *