ନାଉଗାଁ ବ୍ଲକ୍ କାର୍ୟ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର, ୨୭/୮/୨୦୨୪ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଳକ କାର୍ୟ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ . ସୋନାଲ,( ଭା. ପ୍ର .ସେ.) ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୭୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୬୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୨ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୦୩ ଟି, ଆବାସ ଯୋଜନା ସମ୍ପର୍କୀୟ ୧୩ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୫ଟି, ପେନସନ୍ ପାଇବା ପାଇଁ ୦ ୭ ଟି, ପୋଲିସ ସହାୟତା ପାଇବା ପାଇଁ ୦୨,ରେଡ କ୍ରସ ସହାୟତା ପାଇଁ ୧ଟି, ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠି ରୁ ସହାୟତା ପାଇଁ ୩ ଟି ଏବଂ ଅନ୍ୟାନ୍ୟ ୨୨ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି ଆର, ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ତୃଷ୍ନା ଲେଙ୍କା, ଜିଲ୍ଲା ପରିଷଦ ସଦସ୍ୟା,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ରଶ୍ମିରଂଜନ ସାହୁ ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ନାଉଗାଁ ଶ୍ରୀ ତପନ ମହାପାତ୍ର, ତହସିଲଦାର, ନାଉଗାଁ ,ଶ୍ରୀଶିବାଶିଷ ପରିଡା , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *