ସୃଷ୍ଟି ହେଲା ଲଘୁଚାପ, ୪ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ

ଭୁବନେଶ୍ୱର, ୨୯//୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ପଶ୍ଚିମଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ସୁଦୃଶ୍ୟ ଲଘୁଚାପ ସଷ୍ଟି ହେବ ପରେ ଏହା ଉତ୍ତର ଆନ୍ଧ୍ର ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ ତେବେ ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି

ଅନ୍ୟପଟେ ଆଜି ୪ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି ସେହି ଜିଲାଗୁଡିକ ହେଲାମାଲକାନଗିରି, କୋରାପୁଟ, ନବରଙ୍ଗପୁର ରାୟଗଡା ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡା, ନୟାଗଡ, ଖୋର୍ଦ୍ଧା ପୁରୀ ଜିଲା ରହିଛି

ଶୁକ୍ରବାର କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି

ପ୍ରବଳ ବର୍ଷକୁ ଦୃଷ୍ଟିରେ ରଖି ଅଗ୍ନିଶମ ଏବଂ ଓଡ୍ରାଫ ଟିମ୍ କୁ ସଜାଗ ରହିବାକୁ କୁହାଯାଇଛି। ବର୍ଷା ସମୟରେ ଲୋକମାନଙ୍କୁ ଘରେ ରହିବାକୁ କହିଛନ୍ତି ଜିଲାପାଳ। କଚ୍ଚା ଘର ଥିଲେ ଲୋକମାନେ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ କୁହାଯାଇଛି

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ଶନିବାର ପର୍ଯ୍ୟନ୍ତ ବର୍ଷା ଲାଗିି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି

ରାଜ୍ୟର ଉପକୂଳ ଦକ୍ଷିଣ ଭାଗ ସମେତ ୧୧ଟି ଜିଲାରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି ତେବେ ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲାର କେତେକ ଅଞ୍ଚଳରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଆସନ୍ତା ରବିବାର ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି

Leave a Reply

Your email address will not be published. Required fields are marked *