କେନ୍ଦ୍ରାପଡ଼ା, ୦୨/୯/୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ପୌରସଂସ୍ଥା ଟାଉନହଲ ରେ ଜିଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଜିଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ଅତିରିକ୍ତ ଜିଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଉପଜିଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପଜିଲାପାଳ ଅଶୋକ କୁମାର ଦାସ, କେନ୍ଦ୍ରାପଡ଼ା ତହସିଲଦାର ତାପସ ଦେହୁରୀ ଓ ବିଡିଓ ବନ୍ଦନା ଖଟୁଆ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରିଣୀ ଡା. ଅନୀତା ପଟ୍ଟନାୟକ, ଡେପୁଟି କଲେକ୍ଟର ପଲ୍ଲବୀ ପ୍ରିୟଦର୍ଶିନୀ, ସମସ୍ତ ବିଭାଗର ଜିଲାସ୍ତରୀୟ ଅଧିକାରୀ, ଲାଇନ୍ ଡିପାର୍ଟମେଂଟ୍ ର ନିର୍ବାହୀ ଯନ୍ତ୍ରୀ ପ୍ରମୂଖ ଅଭିଯୋଗ ଶୁଣାଣିରେ ସହାୟତା କରିଥିଲେ । ଆଜିର ଅଭିଯୋଗ ଶୁଣାଣିରେ ମୋଟ୍ ୨୨୮ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ବେଳେ ସେଥିମଧ୍ୟରୁ ୪୧ ଗୋଟି ସାମୁହିକ ଏବଂ ୧୮୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏକ ଲକ୍ଷ ପଚାଶ ହଜାର ଟଙ୍କା ୧୫ଜଣ ଆବେଦନକାରୀଙ୍କୁ ଦେବା ପାଇଁ ଜିଲାପାଳ ମଞ୍ଜୁର କରିଥିବା ବେଳେ ରେଡକ୍ରସ୍ ପାଣ୍ଠିରୁ ୬ ଜଣ ଆବେଦନକାରୀଙ୍କୁ ଚିକିତ୍ସା ସହାୟତା ଓ ଥଇଥାନ ବାବଦରେ ମୋଟ୍ ୨୮ ହଜାର ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ସମସ୍ତ ଅଭିଯୋଗର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଧେଶ ଦେଇଛନ୍ତି । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରେ, ପାରିବାରିକ ସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭୂମିହିନ ପଟ୍ଟା, ଚିକିତ୍ସା ପାଇଁ ଆର୍ଥôକ ସହାୟତା,ରାସନ୍ କାର୍ଡÿ ପ୍ରଦାନ, ବାର୍ଦ୍ଧକ୍ୟ ଭତା, ଭିନ୍ନକ୍ଷମଙ୍କୁ ହୁଇଲ ଚେୟାର ପ୍ରଦାନ ଆବେଦନ ଆଦି ଦରଖାସ୍ତ ଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ସେହିପରି ସାମୁହିକ ଅଭିଯୋଗ ମଧ୍ୟରେ ଗ୍ରାମ୍ୟ ସମସ୍ୟା, ଓଏଲଆର ସିଲିଂ ପଟ୍ଟା, ନୂତନ ରାଜସ୍ୱ ଗ୍ରାମ ଘୋଷଣା, ଜଳ ନିଷ୍କାସନ, ଗ୍ରାମ୍ୟ ରାସ୍ତା ମରାମତି ଓ ନିର୍ମାଣ, ସରକାରୀ ରାସ୍ତା ଅବରୋଧ ହଟାଇବା, ସର୍ବସାଧାରଣ ସମ୍ପତିର ସୁରକ୍ଷା, ସରକାରୀ ଜମିର ସୁରକ୍ଷା ଓ ବେଆଇନ ଅବରୋଧ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅଭିଯୋଗ ଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ଏଗୁଡ଼ିକର ତୁରନ୍ତ ଫଇସଲା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଧେଶ ଦେଇଛନ୍ତି ।
କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର
