ଜଗତସିଂହପୁର, ୦୬/୯/୨୦୨୪ (ଓଡ଼ିଶା ସମାଚାର)- ଜଗତସିଂହପୁର ବ୍ଲକ୍ ଅନ୍ତର୍ଗତ ପୁନଙ୍ଗ ଗ୍ରାମ ପଂଚାୟତ ଅଧିନ ନରେନ୍ଦ୍ରନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଗତସିଂହପୁର ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ନାଲସା ଯୋଜନା ଅନୁଯାୟୀ ଏସିଡ଼ ଆକ୍ରମଣର ଶିକାର ହୋଇଥିବା ଲୋକଙ୍କୁ ଆଇନ୍ ସେବା ଯୋଜନା ୨୦୧୬ ,ଦଣ୍ଡବିଧାନ ଆଇନ୍ ଏବଂ ଓଡ଼ିଶା ପିଡ଼ିତା କ୍ଷତି ପୂରଣ ଯୋଜନା ସମ୍ପର୍କରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ପ୍ରାଧିକରଣ ର ସଚିବ ଙ୍କ ପୌରୋହିତ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ , ଶିକ୍ଷକ ଶିକ୍ଷୟତ୍ରୀ ବୃନ୍ଦ , ପାରାଲିଗାଲ ସ୍ୱେଛାସେବୀ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରାଧିକରଣ ସଚିବ ଏହି କାର୍ଯ୍ୟକ୍ରମର ଆଭିମୁଖ୍ୟ ଆଲୋଚନା କରିବା ସହ ଏସିଡ଼ ଆକ୍ରମଣର ଶିକାର ହେଉଥିବା ବ୍ୟକ୍ତିଙ୍କ ପାଇଁ ଆଇନଗତ ସହାୟତା ଏବଂ କ୍ଷତିପୂରଣ ପାଇଁ ବିଭିନ୍ନ ଆଇନଗତ ବ୍ୟବସ୍ଥା ସମ୍ପର୍କରେ ସଚେତନ କରାଇଥିଲେ । ତତ୍ ସହିତ ଏସିଡ଼୍ ଆକ୍ରମଣ ର ଶିକାର ହୋଇଥିବା ବ୍ୟକ୍ତିଙ୍କୁ କିପରି ମାଗଣଶ ଚିକିତ୍ସା ଯୋଗାଇ ଦେବା ସହ କିପରି ମୁଖ୍ୟ ସ୍ରୋତରେ ସାମିଲ ହୋଇ ପାରିବେ ଏହି ବିଷୟରେ ଛାତ୍ର ଛାତ୍ରୀମାନଙ୍କୁ ସଚେତନ କରାଇଥିଲେ । ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଏସିଡ଼୍ ଆକ୍ରମଣ କୁ ଭିତି କରି ଏକ ପଥ ପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା । କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ପ୍ରଧାନ ଶିକ୍ଷକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବରିଷ୍ଠ ଶିକ୍ଷୟତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ ।