ଯାଜପୁର,୦୭/୯/୨୦୨୪ (ଓଡ଼ିଶା ସମାଚାର)- ମହିଳାଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ବହୁ ଆକାଂକ୍ଷିତ ଯୋଜନା ସୁଭଦ୍ରାର ଫର୍ମ ବଣ୍ଟନ ଓ ଆବେଦନ ପ୍ରକ୍ରିୟା ଇତିମଧ୍ୟରେ ଆରମ୍ଭ ହୋଇସାରିଛି । ଏହି ଯୋଜନା ସମ୍ପର୍କିତ ଲୋକଙ୍କ ଭିତରେ ରହିଯାଇଥିବା ଭ୍ରମ ଓ ଭ୍ରାନ୍ତ ଧାରଣାକୁ ଦୂର କରି ହିତାଧିକାରୀଙ୍କୁ ସଠିକ ତଥ୍ୟ ପ୍ରଦାନ ପୂର୍ବକ ସଚେତନ କରିବା ଲକ୍ଷ୍ୟ ନେଇ ସମଗ୍ର ରାଜ୍ୟରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ଯାଜପୁର ଜିଲ୍ଲାରେ ସୁଭଦ୍ରା ରଥ ର ଶୁଭାରମ୍ଭ କଲେ ମାନ୍ୟବର ମନ୍ତ୍ରୀ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଶ୍ରୀ ପ୍ରଦୀପ କୁମାର ବଳସାମନ୍ତ। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଶ୍ରୀମତୀ ପି ଅନ୍ଵେଷା ରେଡ୍ଡୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମର୍କ ଅଧିକାରୀ, ବି ଡି ଓ, ତହସିଲଦାର, ପୌର ନିର୍ବାହୀ ଅଧିକାରୀ, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ସ୍ଥାନୀୟ ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ ।