ଜଗତସିଂହପୁର,୧୦/୯/୨୦୨୪ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ଆଜି ମୋଟ ୮୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୭ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୧ ଟି, ଆବାସ ଯୋଜନା ସମର୍କୀୟ ୧୫ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୭ ଟି, ପେନସନ ପାଇବା ପାଇଁ ୦୩ ଟି, ପୋଲିସ ସହାୟତା ପାଇବା ପାଇଁ ୦୩ ଟି, ଏବଂ ଅନ୍ୟାନ୍ୟ ୨୧ ଟି ଅଭିଯୋଗର ଶୁଣାଣି କରାଯାଇଥିଲା।
୦୩ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି ଆର, ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,
ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା ଶ୍ରୀ ଲମ୍ବୋଦର ଖୁଣ୍ଟିଆ, ତହସିଲଦାର, ଏରସମା,ଶ୍ରୀ ଦେବୀ ପ୍ରସାଦ ଆଚାର୍ଯ୍ୟ, ଅଧ୍ୟକ୍ଷା , ଏରସମା ପଞ୍ଚାୟତ ସମିତି, ଶ୍ରୀମତୀ ଲକ୍ଷ୍ମୀପ୍ରିୟା ମହାପାତ୍ର , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ଏରସମା ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
