ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବିକା ସୁଶ୍ରୀ ସଞ୍ଜୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ୍ ପୁରସ୍କାର

                                             ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର,୧୧/୯/୨୦୨୪ (ଓଡ଼ିଶା ସମାଚାର)- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ମାଲକାନଗିରି ର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର ମିଳିଛି । ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି। ସଂଯୁକ୍ତା ସେଠୀ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନର୍ସିଂ ଅଫିସର ତଥା ଓଟି-ଇନ୍ ଚାର୍ଜ ସିଷ୍ଟର ଭାବେ କାର୍ଯ୍ୟ କରୁଛନ୍ତି। ଏଥି ସହିତ ଜିଲ୍ଲା କ୍ୱାଲିଟି ଆସ୍ୟୁରାନ୍ସ ଟିମ ସଦସ୍ୟା ସହ ବାୟୋ ମେଡିକାଲ୍ ୱେଷ୍ଟ ସୁପରଭାଇଜର ମଧ୍ୟ ଅଛନ୍ତି। ସଂଯୁକ୍ତାଙ୍କ ଏହି ସଫଳତା ପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି – ସ୍ବାସ୍ଥ୍ୟ କ୍ଷେତ୍ରରେ ଜୀବନକୁ ସମର୍ପିତ କରିଥିବା ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବିକା ସୁଶ୍ରୀ ସଞ୍ଜୁକ୍ତା ସେଠୀଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ୍ ପୁରସ୍କାରରେ ସମ୍ମାନିତ କରିଥିବାରୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ଆପଣଙ୍କ ତ୍ୟାଗ, ନିଷ୍ଠା ଏବଂ ଜନସେବା ମହିଳା ସଶକ୍ତିକରଣର ସର୍ବଶ୍ରେଷ୍ଠ ଉଦାହରଣ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି ।

 

Leave a Reply

Your email address will not be published. Required fields are marked *