ଭୁବନେଶ୍ୱର,୧୧/୯/୨୦୨୪ (ଓଡ଼ିଶା ସମାଚାର)- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ମାଲକାନଗିରି ର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର ମିଳିଛି । ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି। ସଂଯୁକ୍ତା ସେଠୀ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନର୍ସିଂ ଅଫିସର ତଥା ଓଟି-ଇନ୍ ଚାର୍ଜ ସିଷ୍ଟର ଭାବେ କାର୍ଯ୍ୟ କରୁଛନ୍ତି। ଏଥି ସହିତ ଜିଲ୍ଲା କ୍ୱାଲିଟି ଆସ୍ୟୁରାନ୍ସ ଟିମ ସଦସ୍ୟା ସହ ବାୟୋ ମେଡିକାଲ୍ ୱେଷ୍ଟ ସୁପରଭାଇଜର ମଧ୍ୟ ଅଛନ୍ତି। ସଂଯୁକ୍ତାଙ୍କ ଏହି ସଫଳତା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସଂଯୁକ୍ତାଙ୍କୁ ତାଙ୍କର ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଲେଖିଛନ୍ତି – ଚିକିତ୍ସା ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ୍ ସେବିକା ପୁରସ୍କାରରେ ସମ୍ମାନିତ ହୋଇଥିବା ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶ୍ରୀମତୀ ସଂଯୁକ୍ତା ସେଠୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଏହା ଓଡ଼ିଶା ପାଇଁ ଗୌରବର ବିଷୟ। ଆଗାମୀ ଦିନରେ ତାଙ୍କର ଆହୁରି ସଫଳତା କାମନା କରୁଛି।
https://x.com/Naveen_Odisha/status/1833775745912750299