ଜଗତସିଂହପୁର,୨୧/୯/୨୦୨୪ (ଓଡ଼ିଶା ସମାଚାର)-ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ ହୋଇଯାଇଛି। ଏହି ମେଳାରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେଇ ଉଦଘାଟନ କରିଛନ୍ତି। ରାଜ୍ୟ ସରକାର ଦେଇଥିବା ପ୍ରତିଶ୍ରୁତି ଅନୁସାରେ ୧୦୦ ଦିନରେ ଭିତରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ଚାରିଦ୍ୱାର ଖୋଲିବା ଠାରୁ ଆରମ୍ଭ କରି ଧାନର ଏମ.ଏସ.ପି ୩୧୦୦ ଟଙ୍କା କରିଛନ୍ତି। ସୁଭଦ୍ରା ଯୋଜନାରେ ଜିଲ୍ଲାରେ ୨ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ ଯୋଡି ହୋଇଛନ୍ତି।ଆଗାମୀ ଦିନରେ ଓଡିଶା ଏକ ବିକଶିତ ରାଜ୍ୟ ହେବାକୁ ଥିବା ବେଳେ ଜଗତସିଂହପୁର ଜିଲ୍ଲା ରାଜ୍ୟରେ ଏକ ଅଗ୍ରଣୀ ଜିଲ୍ଲା ଭାବେ ପରିଣତ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ତଥା ପାରାଦ୍ୱୀପ ବିଧାୟକ ସମ୍ପଦ ଚନ୍ଦ୍ର ସ୍ବାଇଁ, ଜଗତସିଂହପୁର ସାଂସଦ ବିଭୁପ୍ରସାଦ ତରାଇ, ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ଜିଲ୍ଲାପାଳ ଜେ.ସୋନାଲ ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ।
ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ
