ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଗୁରୁବାର ଠାରୁ ରାଜ୍ୟର କିଛି ସ୍ଥାନରେ ହାଲ୍କା ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୫/୧୧/୨୦୨୩ (ଓଡ଼ିଶା ସମାଚାର)-ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣପୂର୍ବ ବେଙ୍ଗାପସାଗର ନିକଟ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ପଶ୍ଚିମ-ଉତର ପଶ୍ଚିମ ଦିଗ କୁ ଗତି କରି ଘନୀଭୂତ ହେବ । ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗୁରୁବାର ଠାରୁ ରାଜ୍ୟରେ ବର୍ଷା ହେବ । ଲଘୁଚାପ ପ୍ରଭାବରେ ୬ ଜିଲାରେ ଅଧିକ ବର୍ଷା ହେବ । ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲାର କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ବୁଧବାର ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଜଗତସିଂହପୁର ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଗୁରୁବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ କେନ୍ଦୁଝର, ଜଗତସିଂହପୁର, କଟକ, ଅନୁଗୁଳ ଓ ପୁରୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବୌଦ୍ଧ, ସୁନ୍ଦରଗଡ଼, ଗଞ୍ଜାମ, ଦେବଗଡ଼, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave a Reply

Your email address will not be published. Required fields are marked *