ଭୁବନ ୨୭/୯/୨୦୨୪ (ଓଡ଼ିଶା ସମାଚାର)-ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ଭୁବନ ବ୍ଲକ ଅନ୍ତର୍ଗତ ଡମଶାଳ ଉଚ୍ଚ ବିଦ୍ୟାଳୟ ରେ ନୂତନ ଭୋଜନ ଓ ପାଠାଗାର କାମାକ୍ଷାନଗର ବିଧାୟକ ଶତ୍ରୁଘ୍ନ ଜେନା ଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି । ଡମଶାଳ ସରକାରୀ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀଯୁକ୍ତ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା ୧୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଭୋଜନ ଓ ପାଠାଗାର କୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ପୂର୍ବତନ ପଞ୍ଚାୟତ ପ୍ରତିନିଧି ଯମୁନା ଟୁଡୁ ଯୋଗଦେଇଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ବିଧାୟକ ଶ୍ରୀଯୁକ୍ତ ଜେନା ଙ୍କୁ ଛାତ୍ରଛାତ୍ରୀ ମାନେ ପୁଷ୍ପ ଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ ।
ବିଧାୟକଙ୍କ ଦ୍ବାରା ନୂତନ ଭୋଜନ ଓ ପାଠାଗାର ଉଦଘାଟିତ
