ବ୍ଲକ ସ୍ତରୀୟ ନିପୂଣ ଓଡ଼ିଶା କାର୍ଯ୍ୟକ୍ରମ ଉଦଘାଟିତ

ଭୁବନ , ୨୭/୯/୨୦୨୪ (ଓଡ଼ିଶା ସମାଚାର)-ଭୁବନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ନିପୂଣ ଓଡ଼ିଶା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଦ୍ଵୈତ କୁମାର ସାମଲ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ସଂଯୋଜକ କାର୍ଯ୍ୟାଳୟର କୋ ଅର୍ଡିନେଟର ଶୁଭଲକ୍ଷ୍ମୀ ସାହୁ,ଜିଲ୍ଲା ଶିକ୍ଷା ପ୍ରତିଷ୍ଠାନ ଶିକ୍ଷୟିତ୍ରୀ ସ୍ନେହଲତା ରାଜ, ଭୁବନ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜିକା ରାଜଲକ୍ଷ୍ମୀ ଟୁଡୁ,ଅତିରିକ୍ତ ଶିକ୍ଷା ଅଧିକାରିଣୀ ପୁଷ୍ପାଞ୍ଜଳି ମିଶ୍ର, ସୁମତି ପ୍ରଧାନ,ଭୁବନ ଉଚ୍ଚ ବିଦ୍ୟାଳୟ ବରିଷ୍ଠ ଶିକ୍ଷକ ଗଣେଶ୍ୱର ସାହୁ, ୧୭ ଟି କ୍ଲଷ୍ଟର ସିଆରସିସି ,ବିଭିନ୍ନ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ,ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

Leave a Reply

Your email address will not be published. Required fields are marked *