ଆଜି ସନ୍ଧ୍ୟାରେ  କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୨୮/୯/୨୦୨୪ (ଓଡ଼ିଶା ସମାଚାର)- ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିସହିତ ବୈଠକରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଏହା ବ୍ୟତୀତ ଆଡ୍‌ଭୋକେଟ୍‌ ଜେନେରାଲଙ୍କ ପାରିଶ୍ରମିକ ନେଇ ଆଜି ବଡ଼ ନିଷ୍ପତ୍ତି ଆସିପାରେ ବୋଲି ଅନୁମାନ କରାଯାଉଛି।ମିଳିଥିବା ସୂଚନା ଅନୁସାରେ, ଶନିବାର ଅପରାହ୍ଣ ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ କ୍ୟାବିନେଟ୍ ବୈଠକ ବସିବ।

Leave a Reply

Your email address will not be published. Required fields are marked *