ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୨୮/୯/୨୦୨୪ (ଓଡ଼ିଶା ସମାଚାର)-ଆସନ୍ତା ସୋମବାର ଅର୍ଥାତ୍‌ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ ଜନଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *