ଜିଲ୍ଲା ସ୍ବାସ୍ଥ୍ୟ ସମିତି ପରିଚାଳନା କମିଟି ବୈଠକ 

କଟକ ସଦର,୨୯/୯/୨୦୨୪ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ଜିଲ୍ଲା ସ୍ବାସ୍ଥ୍ୟ ସମିତି ତଥା ଜିଲ୍ଲା ସ୍ବାସ୍ଥ୍ୟ ମିଶନ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସ୍ୱ।ସ୍ଥ୍ୟ ସମିତି ପରିଚାଳନା କମିଟି ବୈଠକ ଜିଲ୍ଲା ପରିଷଦ ଅଧ୍ୟକ୍ଷ କିଶୋର ଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ଉନ୍ନତ ମାନର ସ୍ୱ।ସ୍ଥ୍ୟ ସେବା ପ୍ରଦାନ ସହିତ ଆବଶ୍ୟକୀୟ ଭିତିଭୂମି ର ଉନ୍ନତିକରଣ ପାଇଁ ବୈଠକରେ ଆଲୋଚନା ହୋଇଥିଲା। ଏଥିରେ କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀ, ମାହାଙ୍ଗା ବିଧାୟକ ସାରଦା ପ୍ରଧାନ, ବଡ଼ମ୍ବା ବିଧାୟକ ବିଜୟ ଦଳବେହେରା ପ୍ରମୁଖଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଉମାକାନ୍ତ ରାଜ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ଃ ମକରନ୍ଦ ବେଉରା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସୁଭଦ୍ରା ଦାସ, ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ ଅକ୍ଷୟ ଖେମୁଣ୍ଡୁ, ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *