ବରୀ ବ୍ଲକ୍ କାର୍ୟ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର, ୩୦/୯/୨୦୨୪ (ଓଡ଼ିଶା ସମାଚାର)-ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବରୀ ବ୍ଳକ କାର୍ୟ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୧୧୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୯ ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୪୦ ଗୋଟି, ରେଡକ୍ରସ ପାଣ୍ଠି ରୁ ସହାୟତା ନିମନ୍ତେ ୨୧ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୬୩ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନିତ ଅଗ୍ରୱାଲ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବକୃଷ୍ଣ ଜେନା,ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ ,ଉପ ଜିଲ୍ଲାପାଳ ଶ୍ରୀ ଅଂଶୁମାନ ଶତପଥି , ଗୋଷ୍ଠୀ ଉନ୍ନୟନ ଅଧିକାରୀ ,ବରୀ , ତହସିଲଦାର, ବରୀ ,,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ଏହି ଅଭିଯୋଗ ଶିବିରରେ ଦୁଇଜଣ ଭିନ୍ନକ୍ଷମ ବଡ଼ଚଣା ବ୍ଲକ କୋଲୋଣଗିରି ର ନିତ୍ୟାନନ୍ଦ ମଲ୍ଲିକ ଓ ବରୀ ବ୍ଲକ ର ସୁଚିତ୍ରା ଜେନା ଙ୍କୁ ଜିଲ୍ଲାପାଳ ଦୁଇଟି ଟ୍ରାଇ ସାଇକେଲ ପ୍ରଦାନ କରିଥିଲେ।

Leave a Reply

Your email address will not be published. Required fields are marked *