୨ ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୦୫/୧୦/୨୦୨୪ (ଓଡ଼ିଶା ସମାଚାର)-  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ସୋମବାର ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ସେହିପରି ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

Leave a Reply

Your email address will not be published. Required fields are marked *