ଜଗତସିଂହପୁର, ୦୭/୧୦/୨୦୨୪ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଅତିରିକ୍ତ ଜଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୩୬୬ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୪୫ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୨୧ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୨୮ ଟି, ଆବାସ ଯୋଜନା ସମର୍କୀୟ ୧୭୫ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୮୪ଟି, ପେନସନ ପାଇବା ପାଇଁ ୩୫ ଟି, ପୋଲିସ ସହାୟତା ପାଇବା ପାଇଁ ୦୫ ଟି, ଏବଂ ଅନ୍ୟାନ୍ୟ ୧୧ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୭ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା , ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବି ନାରାୟଣ ଜେଠୀ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁଜଙ୍ଗ ଶ୍ରୀ ଦୀପକ ପ୍ରସାଦ ସ୍ୱାଇଁ, ତହସିଲଦାର, କୁଜଙ୍ଗ, ପୁଷ୍ପଶ୍ରୀ ସାଣ୍ଡିଲ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।