ଜିଲା ପ୍ରଶାସନ ପକ୍ଷରୁ ବରୀ ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଯାଜପୁର,୧୧/୧୨/୨୦୨୩ (ଓଡ଼ିଶା ସମାଚାର)- ଆଜି ପୂର୍ବାହ୍ନରେ ବରୀ ବ୍ଳକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ   ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲାପାଳ, ପ୍ରଶାସନ ଶ୍ରୀ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ବି.ଡି.ଓ., ବରୀ  ଶ୍ରୀ ପଂଚାନନ ମଲ୍ଳ୍ିକ,  ତହସିଲଦାର, ବରୀ ଶ୍ରୀ ଲୋକନାଥ ପ୍ରସାଦ ସେଠୀ, ସହକାରୀ ଜିଲାପାଳ, ସାଧାରଣ ଓ ବିବିଧ ତଥା ଅଭିଯୋଗ ଅଧିକାରିଣୀ ଶ୍ରୀମତୀ ଲକ୍ଷ୍ମୀପ୍ରିୟା ଦାସ,  ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ଇଂ କ୍ଷେତ୍ର ମୋହନ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ ଜାରକା ଖଣ୍ଡ ଇଂ କାମଦେବ ଦାସ, ଅଧିକ୍ଷଣ ଯନ୍ତ୍ରୀ, ନର୍ଦ୍ଧମା ଖଣ୍ଡ ଇଂ ଦିଲିପ ନନ୍ଦନ ମହାପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡି, ଢେଙ୍କାନାଳ ଉପଖଣ୍ଡ ଇଂ ନରୋତମ ଦାସ, ଅଗ୍ରଣୀ ବ୍ୟାଙ୍କ ପରିଚାଳକ, ଯାଜପୁର ଶ୍ରୀ ରାଜ କିଶୋର ଭୂୟାଁ, ଜିଲା ଶିକ୍ଷା ଅଧିକାରୀ ଶ୍ରୀମତୀ ନିବେଦିତା ପାଣି, ପ୍ରକଳ୍ପ ନିର୍ଦ୍ଧେଶକ, ଜଳଛାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ମୁଖ୍ୟ ଜିଲା କୃଷି ଅଧିକାରୀ ଶ୍ରୀ ଉଦିପ୍ତ କୁମାର ତ୍ରିପାଠୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ଜିଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଜିଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲା ସମାଜ  ମଙ୍ଗଳ ଅଧିକାରୀ ଶ୍ରୀମତୀ ମଂଜୁଲତା ନାୟକ, ଜିଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୋନାଲି ବେହେରା, ସହକାରୀ ନିବନ୍ଧକ, ସମବାୟ ସମିତି ଶ୍ରୀ ଶରତ ଚନ୍ଦ୍ର ମଲ୍ଳିକ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ବେହେରା, ଜିଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ରାଉତ, ଏ.ଡି.ପି.ଏଚ୍.ଓ. ଡା. ଶିବ ପ୍ରସାଦ ସାହୁ, ଜିଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଡା. ଶ୍ରୀନିବାସ କର ଏବଂ ଅବକାରୀ ଅଧିକ୍ଷକ ଶ୍ରୀ ଅମରେନ୍ଦ୍ର ଜେନା, ଜିଲା ବେସାମରିକ ଯୋଗାଣ ଅଧିକାରୀ ସଲାଉଦ୍ଧିନ ଖାଁ ଙ୍କ ସମେତ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।

                ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୫୬ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୨୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୫ ଗୋଟି ସମୁହ ଅଭିଯୋଗ ଥିଲା ।  ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୮ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୧୨ ଗୋଟି ଅଭିଯୋଗ ଆସିଥିଲା ।  ଶିବିର ପ୍ରକୋଷ୍ଠରେ ୨୨ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିଲା ।ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୦୭ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ ।  ପ୍ରକାଶ ଥାଉ କି, ଡିସେମ୍ୱର ମାସ ୧୮ ତାରିଖ  ସୋମବାର ବଡଚଣା ବ୍ଳକ କାର୍ଯ୍ୟାଳୟ ଠାରେ,  ୨୬ ତାରିଖ ମଙ୍ଗଳବାର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ  ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।  ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲାପାଳଙ୍କୁ ସହଯୋଗ ପ୍ରଦାନ କରିବେ ।

                ପ୍ରକାଶ ଥାଉ କି, ଅଭିଯୋଗ ପ୍ରକୋଷ୍ଠ ଶିବିରରେ ବାଲିବିଲି ଗ୍ରାମ ପଂଚାୟତ ଅଧିନ ଶ୍ରୀ ଧନେଶ୍ୱର ମଲ୍ଳିକଙ୍କୁ ଜିଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ଜିଲାପାଳ ଶ୍ରୀ ଜେନା ଶ୍ରବଣବାଧିତ ଯନ୍ତ୍ର ପ୍ରଦାନ କରିଥିଲେ ।

Leave a Reply

Your email address will not be published. Required fields are marked *