ବିଧାନସଭା ପରିସରରେଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କଜୟନ୍ତୀ ପାଳିତ

ଭୁବନେଶ୍ୱର,୦୯/୧୦/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତି ମାନଙ୍କର ସେବା କରି ନିଜର ସେବା ମନୋବୃତ୍ତିକୁ ଯେଭଳି ଚରିତାର୍ଥ କରିଥିଲେ, ସେଭଳି ଯୁବ ସମାଜକୁ ଆଦର୍ଶ ମାର୍ଗରେ ଗଢ଼ିତୋଳିବା ପାଇଁ ସର୍ବଦା ତତ୍ପର ଥିଲେ । ବନ୍ୟା, ବାତ୍ୟା, ମରୁଡ଼ି, ଦୁର୍ବିପାକରେ ପ୍ରପୀଡ଼ିତ ଜନତାଙ୍କୁ ନିଃସ୍ୱାର୍ଥ ସେବା, ସାହାଯ୍ୟ ଓ ସହାନୁଭୂତି ଯୋଗାଇଦେଇ ପଣ୍ଡିତ ଗୋପବନ୍ଧୁ ମାନବୀୟଗୁଣ ଏବଂ ଚିନ୍ତା-ଚେତନାରେ ଉତ୍କଳୀୟ ଭାବନାରଖି ଜାତୀୟତାର ଉଦାହରଣ ସୃଷ୍ଟି କରିଯାଇଛନ୍ତି ।

          ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ପାଳନ ଅବସରରେ ଆଜି ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ସରକାରୀ ଦଳମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ଦୁର୍ଗାଚରଣ ନାୟକ, ଉତ୍କଳ ସମ୍ମିଳନୀର କାର୍ଯ୍ୟକର୍ତ୍ତା, ବିଧାନସଭାର ସଚିବ ଶ୍ରୀ ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ ପୂର୍ବକଶ୍ରାଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

          ଏହି ଅବସରରେ ଶାଶ୍ୱତୀ ସାମାଜିକ-ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା ।

-0-

ବିଭୂତିନାୟକ,ସୂଚନା ଅଧିକାରୀ ଙ୍କ  ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *