ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ

ଭୁବନେଶ୍ୱର, ୧୧/୧୦/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଏକ ଶୋକବାର୍ତ୍ତାରେ ସେ କହିଛନ୍ତି ଯେ, “ନିରଞ୍ଜନ ପ୍ରଧାନଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଗଞ୍ଜାମ ଜିଲ୍ଲା କୋଦଳା ଓ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୨୦୦୪ ଏବଂ ୨୦୦୯ ମସିହାରେ ଦୁଇଥର ବିଧାୟକ ରୂପେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ଚାକ୍ଷୁସ ପ୍ରମାଣ ଥିଲା । ତୃଣମୂଳ ସ୍ତରରୁ ବିଜେପିର ସାଙ୍ଗଠନିକ କାର୍ଯ୍ୟ କରି ଦଳକୁ ସୁଦୃଢ଼ କରିବାରେ ତାଙ୍କ ଅବଦାନ ଅତୁଳନୀୟ। ଜୀବନବ୍ୟାପୀ ସେ ଲୋକଙ୍କ ସେବା କରିବାରେ ନିଜକୁ ଉତ୍ସର୍ଗ କରିଥିଲେ । ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ଜଣେ ସୁଦକ୍ଷ ଓ ଜନସେବା ପ୍ରତି ସମର୍ପିତ ରାଜନେତା ଭାବେ ତାଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇ ରହିବ ।

ଏହି ଦୁଃଖଦ ସମୟକୁ ସାମନା କରିବାକୁ ମା ଦୁର୍ଗା ତାଙ୍କ ପରିବାରବର୍ଗଙ୍କୁ ଅସୀମ ଶକ୍ତି ଓ ଧୈର୍ଯ୍ୟ ପ୍ରଦାନ କରନ୍ତୁ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜ୍ଞାପନ କରୁଛି । “

-0-

ସୁଶ୍ରୀ ସଙ୍ଗୀତା ମହାରଣା, ଲୋକସମ୍ପର୍କ ଅଧିକାରୀ ଙ୍କ  ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *