ଯାଜପୁର,୧୪/୧୦/୨୦୨୪ (ଓଡ଼ିଶା ସମାଚାର)-ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କଳିଙ୍ଗନଗର ଉନ୍ନୟନ କତ୍ତୃପକ୍ଷ ସମ୍ମିଳନୀ ଗୃହ ରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୫୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୨୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୫ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୩୩ ଗୋଟି, ଅଭିଯୋଗର ଶୁଣାଣି କରାଯାଇଥିଲା। ୩୫ ଗୋଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ , ଅତିରିକ୍ତ ଜିଲ୍ଲାପାଳ, କଲିଙ୍ଗନଗର ଶ୍ରୀ ସପନ କୁମାର ନନ୍ଦ,ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ ,ସହକାରୀ ଜିଲ୍ଲାପାଳ, ଶ୍ରୀମତୀ ନିବେଦିତା ପ୍ରଧାନ, ତହସିଲଦାର, ବ୍ୟାସନଗର ଶ୍ରୀ ଦେବାଶିଷ ରାଉତ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସବିତା ଚ୍ୟାଉ ପଟ୍ଟନାୟକ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀମତୀ ରେଡ୍ଡୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଯାଜପୁର ରୋଡ ପରିଦର୍ଶନ କରି ରୋଗୀମାନଙ୍କ ଅଭାବ ଅସୁବିଧା ପଚାରି ବୁଝିଥିଲେ ଏବଂ ମାଗଣା ଔଷଧ ବିତରଣ କେନ୍ଦ୍ର ପରିଦର୍ଶନ କରିଥିଲେ ।