ପୂର୍ବତନ କେନ୍ଦ୍ରାପଡ଼ା ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ

ଭୁବନେଶ୍ୱର, ୧୭/୧୦/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ବତନ କେନ୍ଦ୍ରାପଡ଼ା ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଏକ ଶୋକବାର୍ତ୍ତାରେ ସେ କହିଛନ୍ତି ଯେ, “ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ୧୯୯୮ ଓ ୧୯୯୯ ମସିହାରେ କେନ୍ଦ୍ରାପଡ଼ା  ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭାବେ ନିର୍ବାଚିତ ହୋଇ ରାଜ୍ୟ ତଥା ରାଜ୍ୟବାସୀଙ୍କ ବହୁ ସମସ୍ୟା ଲୋକସଭାରେ ଉତ୍ଥାପିତ କରିଥିଲେ । ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି l ପ୍ରଭାତ ସାମନ୍ତରାୟଙ୍କ ଜୀବନାଦର୍ଶ ଉତ୍ତରପିଢିଙ୍କୁ ରାଜନୀତିରେ ନିଜର କ୍ୟାରିଅର ଗଢିବା ପାଇଁ ନିଶ୍ଚିତରୂପେ ପ୍ରେରଣା ଯୋଗାଇବ ।

ଏହି ଦୁଃଖଦ ସମୟକୁ ସାମନା କରିବାକୁ ପ୍ରଭୁ ତାଙ୍କ ପରିବାରବର୍ଗଙ୍କୁ ଶକ୍ତି ପ୍ରଦାନ କରନ୍ତୁ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜ୍ଞାପନ କରୁଛି । ”

-0-

ସୁଶ୍ରୀ ସଙ୍ଗୀତା ମହାରଣା ,ଲୋକସମ୍ପର୍କ ଅଧିକାରୀ ଙ୍କ  ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *