ଅକ୍ଟୋବର ୨୧ ତାରିଖ ଓ ୨୮ ତାରିଖ  ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବ

ଭୁବନେଶ୍ୱର, ୧୭/୧୦/୨୦୨୪ (ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଚଳିତ ଅକ୍ଟୋବର ୨୧ ତାରିଖ (ସୋମବାର) ଓ ଅକ୍ଟୋବର ୨୮ ତାରିଖ (ସୋମବାର)  ପୂର୍ବାହ୍ନ ୧୧ଟା ସମୟରୁ ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।ଏହି ଦୁଇଦିନ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଅକ୍ଟୋବର ୧୮ ତାରିଖ ପୂର୍ବାହ୍ନ୧୧ଟା ଠାରୁ ଆରମ୍ଭ ହେବ ଏବଂ ପ୍ରତ୍ୟେକ ଅଭିଯୋଗ ଶୁଣାଣି ଦିବସ ନିମନ୍ତେ ସର୍ବାଧିକ୧୦୦୦ଜଣ ପଞ୍ଜୀକରଣ କରି  ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ।

ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ଜରିଆରେ ପଞ୍ଜୀକରଣ କରିପାରିବେ। ଜନ ସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାରପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ସହ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବେ। ଏ ସଂପର୍କରେ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *