ନାନପୁର ଗଜଲକ୍ଷ୍ମୀ ପୂଜା ୫୦ ବର୍ଷ ପୂର୍ତ୍ତି, ଯୋଗଦେଲେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଅରିନ୍ଦମ ରାୟ

କଟକ ସଦର,୧୯/୧୦/୨୦୨୪ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ ଵୋଧପୁର ପଞ୍ଚାୟତ ନାନପୁର ଠାରେ ଅନୁଷ୍ଠିତ ହେଉଥିବା ଗଜଲକ୍ଷ୍ମୀ ପୂଜା ର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ସାଲେପୁର ର ବିଜେପି ନେତା ଅରିନ୍ଦମ ରାୟ କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀଙ୍କ ସହିତ ଯୋଗଦେଇ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସରପଂଚ ପ୍ରଶାନ୍ତ ବେହେରା, କଟକ ସଦର ଆତ୍ମା ଅଧ୍ୟକ୍ଷ ତଥା ରଘୁନାଥପୁର ପଞ୍ଚାୟତ ସମିତିର ପୂର୍ବତନ ଅଧ୍ୟକ୍ଷ ରମା ପ୍ରସାଦ ବିଶ୍ୱାଳ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିଭା ଶତପଥୀ, କିଶନନଗର ମଣ୍ଡଳ ସଭାପତି ଚିତ୍ତରଞ୍ଜନ ସାହୁ,ପ୍ରଭାସ ସାହୁ, ସମୀର ସେନାପତି ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗଦେଇ ଥିଲେ।

Leave a Reply

Your email address will not be published. Required fields are marked *