ମହିଳା କମିଶନ ଭଙ୍ଗ କଲେ  ସରକାର

ଭୁବନେଶ୍ୱର, ୨୩/୧୦/୨୦୨୪ (ଓଡ଼ିଶା ସମାଚାର)- ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ସୂଚନା ଜାରି ହୋଇଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନାନୁଯାୟୀ, ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତି ବେହେରା ଓ ଅନ୍ୟ ୪ଜଣ ସଦସ୍ୟା ସ୍ବର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ବାଇଁ ଓ ବିଜୟା ବରଓ୍ବାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଛି। ଏନେଇ ଖୁବଶୀଘ୍ର ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହେବ।

ସୂଚନାଯୋଗ୍ୟ, ପୂର୍ବ ସରକାରରେ ଏମାନଙ୍କୁ ଏହି ମହିଳା ଆୟୋଗରେ ଥଇଥାନ କରାଯାଇଥିଲା। ମହିଳା କମିଶନ ଅଧ୍ୟକ୍ଷା ପଦରେ ମିନତୀ ବେହେରା ୨୦୧୯ ମସିହା ଅଗଷ୍ଟ ୨୦ ତାରିଖରୁ କାର୍ଯ୍ୟ କରିଆସୁଥିଲେ । ଆସନ୍ତା ୨୦୨୫ ଅକ୍ଟୋବର ୧୩ ତାରିଖ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ଅବଧି ରହିଥିଲା ।

Leave a Reply

Your email address will not be published. Required fields are marked *