ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୪/୧୦/୨୦୨୪ (ଓଡ଼ିଶା ସମାଚାର)- ଆଗାମୀ ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ସମ୍ଭାବ୍ୟ ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି, ଅକ୍ଟୋବର ୨୮ ରେ ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ବନ୍ଦ ରହିବ ।

ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇ ଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା।

Leave a Reply

Your email address will not be published. Required fields are marked *