ଭୁବନେଶ୍ୱର,୨୪/୧୦/୨୦୨୪ (ଓଡ଼ିଶା ସମାଚାର)- ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗୁରୁବାର ବୋମା ଆତଙ୍କ ଖେଳିଯାଇଛି। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ ଆସିବା ପରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଧମକପୂର୍ଣ୍ଣ କଲ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ କରାଯିବା ସହ ବିମାନ ବନ୍ଦରରେ କଡ଼ାକଡି ଯାଞ୍ଚ କରାଯାଉଛି।
ଏନେଇ ଭୁବନେଶ୍ବର ଏୟାରପୋର୍ଟ ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ବୋମା ଥିବା ନେଇ ଏକ ହୋକ୍ସ କଲ ରିସିଭ ହୋଇଥିଲା। ଏୟାର ଆକାଶ ବିମାନରେ ବୋମା ଥିବା ସୂଚନା ଆସିଥିଲା। ଏକ୍ସ ଜରିଆରେ ଏମିତି ଏକ ସୂଚନା ପହଞ୍ଚିଥିଲା। ଏନେଇ ଏସଓପି ଫଲୋ କରି ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଇଛି।