ନାଉଗାଁ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର,୨୮/୧୦/୨୦୨୪ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଏହି  ଅଭିଯୋଗ ଶିବିର ରେ ଉପସ୍ଥିତ ରହି  ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୮୯ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୫ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ  ୧୪ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୨  ଟି, ଆବାସ ଯୋଜନା ସମର୍କୀୟ ୨୧ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୫ଟି, ପେନସନ ପାଇବା ପାଇଁ ୨ ଟି, ପୋଲିସ ସହାୟତା ପାଇବା ପାଇଁ ୩ ଟି, ଏବଂ ଅନ୍ୟାନ୍ୟ ୨୭  ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା , ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବି ନାରାୟଣ ଜେଠୀ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ନାଉଗାଁ ,ଶ୍ରୀ ତପନ ମହାପାତ୍ର , ତହସିଲଦାର,ନାଉଗାଁ , ଶ୍ରୀ ଶିବାଶିଷ ପରିଡ଼ା, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *