ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀଙ୍କ ଶପଥ ପାଠ

ଭୁବନେଶ୍ୱର,୨୮/୧୦/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ଓ ଅନ୍ୟାୟ ବିରୁଦ୍ଧରେ ସାମାଜିକ ପ୍ରତିବଦ୍ଧତାର ପ୍ରଦର୍ଶନ ନେଇ ଶପଥ ପାଠକରିଛନ୍ତି ।

          ସାରାରାଜ୍ୟରେ ଦୁର୍ନୀତିନିବାରଣ ସପ୍ତାହ ପାଳନ ଉପଲକ୍ଷେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଭାସି ମାଧ୍ୟମରେ ରାଜ୍ୟର ସମସ୍ତ କର୍ମଚାରୀ ଓ ଅଧିକାରୀ ମାନଙ୍କୁ ଶପଥ ପାଠ କରାଇଥିଲେ । ଏହି ମର୍ମରେ ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏହି ଉତ୍ସବରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ । ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରଗତିରେ ଦୁର୍ନୀତିଏକ ବଡ଼ ପ୍ରତିବନ୍ଧକ ହୋଇଥିବାରୁ ଅଧିକାରୀ ଓ କର୍ମଚାରୀମାନେ ନିଷ୍ଠାପର ଭାବେ ଆଇନ ଅନୁମୋଦିତ କାର୍ଯ୍ୟ କରିବେ ବୋଲି ଶପଥ ନେଇଥିଲେ । ନିଜ ଆଚରଣ ଓ କର୍ତ୍ତବ୍ୟ ସଂପାଦନରେ ସାଧୁତା ଅବଲମ୍ବନ ସହ ଦୁର୍ନୀତି ଓ ଲାଞ୍ଚ ଦେବା ଓ ନେବା ଭଳି ଅନ୍ୟାୟ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବେ ବୋଲି ସମସ୍ତେ ସଂକଳ୍ପ ନେଇଥିଲେ ।

          ଆଜିର ଏହି ଶପଥ ପାଠଉତ୍ସବରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର ସିଂହ, ବିତ୍ତ ପରାମର୍ଶଦାତା ଶ୍ରୀ ପୃଥ୍ୱୀରାଜ ପାଣି, ଉପ ଶାସନସଚିବ ଶ୍ରୀଏସ୍‌.କେ. କଲାମୁଦ୍ଦିନ୍‌, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମତେ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।

-0-

ପ୍ରମୋଦିନୀ ଟେଟେ, ସୂଚନା ଅଧିକାରୀ ଙ୍କ  ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *