ଜଗତସିଂହପୁର, ୦୪/୧୧/୨୦୨୪ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ. ସୋନାଲ,( ଭା. ପ୍ର .ସେ.) ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୨୨୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୨୦୬ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୦୬ ଟି, ଆବାସ ଯୋଜନା ସମ୍ପର୍କୀୟ ୧୬୮ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୫ ଟି, ପୋଲିସ ସହାୟତା ପାଇବା ପାଇଁ ୦୧ ଟି , ପେନସନ ପାଇବା ପାଇଁ ୦୧ ଟି ଏବଂ ଅନ୍ୟାନ୍ୟ ୧୫ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ,ଶ୍ରୀ ରବିନାରାୟଣ ଜେଠୀ , ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାଲିକୁଦା ,ଶ୍ରୀ ବିକାଶ କୁମାର ମହାନ୍ତି , ତହସିଲଦାର, ବାଲିକୁଦା ,ଶ୍ରୀ ଆଲୋକ ରଂଜନ ସେଠୀ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।