ଯାଜପୁର ୦୪/୧୧/୨୦୨୪ (ଓଡ଼ିଶା ସମାଚାର)-ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୨୧୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୮୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୩ ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୧୧୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୧୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଯାଜପୁର ବ୍ଲକ ଅନ୍ତର୍ଗତ ଭୁଇଁପୁରର ଦୁଃଖୀରାମ ସେଠୀ, ପିତା: ଗଙ୍ଗାଧର ସେଠୀ ଙ୍କୁ ଏକ ଡିଜିଟାଲ ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଶିତିକଣ୍ଠ କାନୁନଗୋ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବକୃଷ୍ଣ ଜେନା,ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ ,ଉପ ଜିଲ୍ଲାପାଳ ଶ୍ରୀ ଅଂଶୁମାନ ଶତପଥି , ଗୋଷ୍ଠୀ ଉନ୍ନୟନ ଅଧିକାରୀ ,ଯାଜପୁର ଶ୍ରୀ ସ୍ୱାଗତ ଦାସ , ତହସିଲଦାର, ଯାଜପୁର ଶ୍ରୀ ଅରବିନ୍ଦ ବେହେରା ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।