ଭୁବନେଶ୍ୱର,୧୦/୧୧/୨୦୨୪ (ଓଡ଼ିଶା ସମାଚାର)- ରାଜ୍ୟ ସରକାର ବଡ଼ ନିଷ୍ପତି ନେଇଛନ୍ତି । ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମିଳିବ ସମ୍ମାନ ସୂଚକ ସହାୟକ ରାଶି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି । ରାଜ୍ୟରେ ବର୍ତମାନ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି । ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ କରିବେ ରାଜ୍ୟ ସରକାର । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ।