ଯାଜପୁର ୧୪/୧୧/୨୦୨୪ (ଓଡ଼ିଶା ସମାଚାର)- ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରେସ ଦିବସ – ୨୦୨୪ ପାଳନ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଯାଜପୁର ଠାରେ ଆୟୋଜିତ ହୋଇଯାଇଅଛି। ଆସନ୍ତା ନଭେମ୍ବର ୧୬ ତାରିଖରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳନ କରାଯିବ। ଗଣଧ୍ୟାମର ପରିବର୍ତ୍ତନ-ଶୀଳ ସ୍ୱରୂପ ପ୍ରସଙ୍ଗରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉକ୍ତ ପ୍ରତିଯୋଗିତାରେ ପ୍ରତୀକ୍ଷା ପ୍ରିୟଦର୍ଶିନୀ ପଣ୍ଡା, ମ୍ୟୁନିସପାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପ୍ରଥମ ସ୍ଥାନ, ଆଶାଲତା ଦତ୍ତ, ଉପେନ୍ଦ୍ର କୁମାର ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଦ୍ଵିତୀୟ ସ୍ଥାନ, ସାଇଶୁଭମ୍ ବେହେରା, ବୈଷ୍ଣବ ଦତ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ର ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ବରିଷ୍ଠ ସାମ୍ବାଦିକ ସମରଜିତ୍ ମହାନ୍ତି ଓ ସନ୍ଦିପ୍ତ ରାୟ ଯୋଗଦେଇଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ବିଜ୍ଞାନ ପରିଦର୍ଶକ ଶ୍ରୀ କୁମାରସେନ ସେନାପତି ପରିଚାଳନା କରିଥିଲେ। ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶ୍ରୀ ମାୟାଧର ବେହେରା, ସତ୍ୟଜିତ ନାୟକ, ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।