ଲୋକସେବା ଭବନରେ ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍ ଓ ସାନିଟାରୀ ନାପକିନ୍ ଡିସପୋଜେବଲ  ମେସିନ୍ ସ୍ଥାପନକୁ ଉଦ୍ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର, ୧୬/୧୧/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଲୋକସେବା ଭବନରେ ମହିଳା କର୍ମଚାରୀଙ୍କ ପାଇଁ ଆଶ୍ୱସ୍ତି । ଲୋକସେବା ଭବନରେ ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍ ଓ ସାନିଟାରୀ ନାପକିନ୍ ଡିସପୋଜେବଲ  ମେସିନ୍ ସ୍ଥାପନକୁ ଉଦ୍ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ।  ମହିଳା ଶୌଚାଳୟ କମ୍ପ୍ଲେକ୍ସ ଏବଂ ଲେଡିଜ୍ କମନ୍ ରୁମ୍ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଏହି ମେସିନ୍ ଲଗାଯାଇଛି । ମହିଳାମାନଙ୍କ ପାଇଁ ସ୍ୱଚ୍ଛତା,  ଅଧିକ ସମାବେଶୀ ଏବଂ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏହା  ଏକ ପ୍ରଗତିଶୀଳ ପଦକ୍ଷେପ ।  ଅଭିଯୋଗ ସମାଧାନ ପାଇଁ ପରିସରକୁ ଆସୁଥିବା ମହିଳାଙ୍କ ସୁବିଧାକୁ ସୁନିଶ୍ଚିତ କରିବ । ଖୁବ୍ ଶୀଘ୍ର ସଚିବାଳୟ  ବିଲ୍ଡିଂର ସମସ୍ତ ମହିଳା ଶୌଚାଳୟରେ ଏହି ସୁବିଧା ଉପଲବ୍ଧ ହେବ ।  ଏଥି ସହ ଲୋକସେବା ଭବନ ପରିସରରେ ଛୋଟ ପିଲାମାନଙ୍କ ପାଇଁ ଥିବା କ୍ରେଚ୍ ପରିଦର୍ଶନ କଲେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା । ଏହି କାର୍ଯ୍ୟକ୍ରମରେ ତାଙ୍କ ସହ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ  ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଶୁଭା ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀ  ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *