ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର, ୧୮/୧୧/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଗଭୀର ଶୋକ ପ୍ରକାଶ କରିଛନ୍ତି। ସମୀର ଦେଙ୍କ ବିୟୋଗ ଓଡ଼ିଶା ରାଜନୀତି  ପାଇଁ ଏକ ବିରାଟ କ୍ଷତି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା      ।

ତାଙ୍କ ଟ୍ଵିଟ ବାର୍ତ୍ତାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କହିଛନ୍ତି ଯେ ଶ୍ରୀ ସମୀର ଦେ,ରାମ ଜନ୍ମଭୂମି ଆନ୍ଦୋଳନ ସମୟରୁ କଟକ ସହର ଏବଂ ଆଖପାଖ ଅଞ୍ଚଳରେ ବ୍ୟକ୍ତିଗତ ଭାବରେ ପହଞ୍ଚି ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଥିଲେ । ସୂଚନା ଯୋଗ୍ୟ ଯେ ନିକଟରେ ବାଲିଯାତ୍ରା ପାଇଁ କଟକ ଯାଇଥିବା ବେଳେ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଶ୍ରୀ ସମୀର ଦେ’ଙ୍କୁ ଏକ ଘରୋଇ ହସ୍ପିଟାଲରେ ଭେଟିଥିଲେ।

ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *