ଭୁବନେଶ୍ୱର, ୧୮/୧୧/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କ ବିୟୋଗରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଶୋକ ପ୍ରକାଶ କରିଛନ୍ତି।
ମନ୍ତ୍ରୀ ଡାଃ ମହାପାତ୍ର ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି “ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେ’ଙ୍କ ବିୟୋଗର ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ l ସେ ଜଣେ ନମ୍ର, ମିଷ୍ଟଭାଷୀ ଓ ପରୋପକାରୀ ବ୍ୟକ୍ତି ଥିଲେ l ଉପକୂଳ ଓଡ଼ିଶାରେ ଆମ ଦଳକୁ ଆଗକୁ ନେବାରେ ତାଙ୍କର ଭୂମିକା ମଧ୍ୟ ଗୁରୁତ୍ଵପୂର୍ଣ୍ଣ ଥିଲା l ଦାଦାଙ୍କ ବିୟୋଗ ଭାଜପା ପରିବାର ତଥା ଓଡିଶା ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି l ଜନପ୍ରତିନିଧି ଭାବେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇରହିବ l ମହାପ୍ରଭୁଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି l ଓଁ ଶାନ୍ତି🙏”