ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ଢେଙ୍କାନାଳ, ୧୫/୧୨/୨୦୨୩ (ଓଡ଼ିଶା ସମାଚାର)-  ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନ ମାଣପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ କମାଳଙ୍ଗ ଇଟାଭାଟିରେ କାର୍ଯ୍ୟ କରୁଥିବା ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଇଟାଭାଟି କାର୍ଯ୍ୟ ସାରି ଘରେ ଶୋଇଥିବା ବେଳେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ ଘଟିଥିବା ଜଣାପଡ଼ିଛି। ଏଥିସହ ଆଉ ଜଣେ ଶ୍ରମିକଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ ପ୍ରଥମେ ଅନୁଗୁଳ ଓ ପରେ କଟକ ସ୍ଥାନାନ୍ତର କରା ଯାଇଛି। ତିନି ଜଣ ଅନୁଗୁଳ ଜିଲ୍ଲାର ଶ୍ରମିକ ବୋଲି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *