ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା,୧୬/୧୨/୨୦୨୩ (ଓଡ଼ିଶା ସମାଚାର)-ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମନ୍ବୟ ଯୁବ ବିକାଶ କାର୍ଯ୍ୟକ୍ରମର ଦ୍ବିତୀୟ ପର୍ଯ୍ୟାୟ ସାମାଜିକ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା କାର୍ଯ୍ୟକ୍ରମ ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ସାମାଜିକ କାର୍ଯ୍ୟକ୍ରମରେ ସଂଯୋଜିକା ଅଧ୍ୟାପିକା ରୀତା ରାୟ ସ୍ବାଗତ ଭାଷଣ ରଖିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ବୈକୁଣ୍ଠ ଘାଟ ପରିସ୍କାର ପରିଛନ କରିଥିଲେ। ତାହା ସହିତ ଛାତ୍ର ଛାତ୍ରୀ ମାନେ ନିଶା ନିବାରଣ, ପ୍ଲାଷ୍ଟିକ ବର୍ଜନ ଇତ୍ୟାଦି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *